ଭୁବନେଶ୍ୱର : ଲୋକସେବା ଭବନରେ ଶୁକ୍ରବାର ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱାସ୍ଥ୍ୟଏବଂ ଉଚ୍ଚ ଶିକ୍ଷା ବିଭାଗର ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ଏହି ତାଲିକାରେ ୮୫ ଜଣ ହୋମିଓପାଥିକ ମେଡିକାଲ ଅଫିସର ଥିବା ବେଳେ ୨୩୯ ରେଡିଓଗ୍ରାଫର ରହିଛନ୍ତି । ସେହିପରି ୫୨ ଜଣ ଉଚ୍ଚ ଶିକ୍ଷା ବିଭାଗ ଅଧ୍ୟାପକଙ୍କୁ ମଧ୍ୟ ନିଯୁକ୍ତି ପ୍ରଦାନ କରାଯାଇଛି । ଏହି ଅବସରରେ କ୍ରୀଡ଼ା ଓ ଯୁବ ବ୍ୟାପାର ଏବଂ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀଙ୍କ ସହ ବିଭାଗୀୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ସେହିପରି ଖୁବଶୀଘ୍ର ଦେଢ ଲକ୍ଷରୁ ଅଧିକ ଖାଲି ପଦବୀ ପୂରଣ କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ୬ ମାସ ଭିତରେ ପ୍ରାୟ ୨୦ ହଜାରରୁ ଅଧିକ ବେକାରୀଙ୍କୁ ଚାକିରି ମିଳିଛି । ତେବେ ଏହି ସମ୍ବୋଧନରେ ମଧ୍ୟ ବିଜେଡିକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ଯେ, ଗତ ସରକାରରେ ନିଯୁକ୍ତିକୁ ନେଇ ଦୁର୍ନୀତି ହୋଇଥିଲା । କିନ୍ତୁ ଦାୟିତ୍ୱ ନେବାର ୬ ମାସ ଭିତରେ ୨୦ ହଜାର ଲୋକଙ୍କୁ ନିଯୁକ୍ତି ପ୍ରଦାନ କରିଛି ଭାରତୀୟ ଜନତା ପାର୍ଟି ।