ଭୁବନେଶ୍ୱର : କିଛି ଦିନରୁ ରାଜ୍ୟରେ ବୃଦ୍ଧି ପାଉଛି ଶୀତର ଲହରୀ। ଗତ ୨ ଦିନ ମଧ୍ୟରେ ଶୀତର ପ୍ରକୋପ ବୃଦ୍ଧି ପାଇଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଅଂଚଳରେ ଘନ କୁହୁଡି଼ ଅଧିକ ମାତ୍ରାରେ ଅନୁଭୂତ ହେବା ନେଇ ସୂଚନା ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର। ଏହି ସମୟରେ ଗଞାମ,ଝାରସୁଗୁଡା, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ସମ୍ବଲପୁର ଓ ସୁନ୍ଦରଗଡରେ ଘନ କୁହୁଡି଼ ପାଇଁ ସତର୍କ ସୂଚନା ଜାରି ହୋଇଛି। ଏଥିସହିତ ଓଡି଼ଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗିବାଡିରେ ମଧ୍ୟ ପ୍ରବଳ ଥଣ୍ତା ସହ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳୁଛି। ଆଗାମୀ ଦିନରେ ଶୀତର ଲହରୀ ଆହୁରି ବୃଦ୍ଧି ପାଇବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । କିନ୍ତୁ ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ବିଭାଗ ପକ୍ଷରୁ ପ୍ରକାଶ ପାଇଛି।