ଭୁବନେଶ୍ୱର : ସୁଭାଦ୍ରା ଯୋଜନା ଅଧୀନରେ ଚତୁର୍ଥ ପର୍ଯ୍ୟାୟ ଟଙ୍କା ଡିସେମ୍ବର ୨୫ ରେ ରିଲିଜ୍ ହେବ ନାହିଁ ବୋଲି ସୋମବାର ଓଡ଼ିଶା ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପାରିଦା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସୁଭଦ୍ରା ଟଙ୍କା ପାଇବାରୁ ବଞ୍ଚିତ ରହିଥିବା ଯୋଗ୍ୟ ହିତାଧିକାରୀ ସୁଭଦ୍ରା ପୋର୍ଟାଲରେ ଯାଇ ନିଜର ଅଭିଯୋଗ ଦାୟର କରିପାରିବେ । ଏହାବ୍ୟତୀତ ଏହି ଯୋଜନା ପାଇଁ ବ୍ଲକରେ ତିଆରି ହୋଇଥିବା କମିଟି ନିକଟରେ ମଧ୍ୟ ଆପଣ ନିଜର ଅଭିଯୋଗ ଲେଖିପାରିବେ । ଏହାପରେ ଆରଆଇ ମାନେ ଗାଁକୁ ଯାଇ ତଦାରଖ କରିବା ପରେ ଦେଇଥିବା ରିପୋର୍ଟ ଅନୁସାରେ, ଚତୁର୍ଥ ପର୍ଯ୍ୟାୟରେ ଏହି ହିତାଧିକାରୀମାନଙ୍କୁ ସାମିଲ କରାଯିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏଥିସହିତ ରିଜେକ୍ଟ ଲିଷ୍ଟ ଯାଞ୍ଚ ସମୟରେ ଆଧାର ଭେରିଫିକେସନ କରାଇନେବାକୁ ସେ ହିତାଧିକାରୀ ମାନଙ୍କୁ ଅନୁରୋଧ କରିଛନ୍ତି ।