ଭୁବନେଶ୍ୱର : ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ସହ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ କୋହଲା ପାଗ ସହ ୧୯ ରୁ ୨୧ ତାରିଖ ପର୍ଯ୍ୟନ୍ତ କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର। ଗଞ୍ଜାମ ଗଜପତିରେ ହାଲୁକା ବର୍ଷା ସମ୍ଭାବନା ଥିବା ବେଳେ, ୧୯ ତାରିଖରେ ପ୍ରବଳ ବର୍ଷା ନେଇ ୯ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ପୁରୀ, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡା, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରିରେ ଘଡଘଡି ସହ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ୨୦ ଏବଂ ୨୧ ତାରିଖରେ ପ୍ରବଳ ବର୍ଷା ନେଇ ୧୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ, ସୋନପୁର, ଏବଂ ବଲାଙ୍ଗୀର ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ନେଇ ସତର୍କତା ଜାରି କରାଯାଇଛି।