ଭୁବନେଶ୍ୱର: ରାଜ୍ୟରେ ଶୀତର ପ୍ରକୋପ ବୃଦ୍ଧି ପାଉଥିବା ବେଳେ ଆସନ୍ତା ୨୧ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ନେଇ ଆକଳନ କରିଛି ଭବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର। ଗୁରୁବାର ଉପକୂଳ ଓଡି଼ଶା ସମେତ ଦକ୍ଷିଣ ଓଡିଶାର କିଛି ଅଞ୍ଚଳରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି। ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବ।
ଗୁରୁବାର କୋରାପୁଟ୍, ମାଲକାନଗିରି, ରାୟଗଡା, ଗଜପତି, ଗଂଜାମ, ନବରଙ୍ଗପୁର, କଳାହାଣ୍ତି, କନ୍ଧମାଳ, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡା ଆଦି ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ସୂଚନା ମିଳିଛି। ସେହିପରି ଶୁକ୍ରବାର ଦିନ ଉପକୂଳ ଓଡି଼ଶାର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।
ଅପରପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ରାଉରକେଲାରେ ପାରଦ ୫.୭ ଡିଗ୍ରୀ ଓ ଜି. ଉଦୟଗିରିରେ ୯.୬ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଭୁବନେଶ୍ବରରେ ରାତି ତାପମାତ୍ରା ୧୭.୬ ଡିଗ୍ରୀ ରହିଥିଲା। କିନ୍ତୁ ଗୁରୁବାର ଠାରୁ ଏହା ଆହୁରି କମିବା ନେଇ ବିଭାଗ ପକ୍ଷରୁ କୁହଯାଇଛି।