ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ।ଏହା ପ୍ରଭାବରେ ଆସନ୍ତା ୨ ଦିନ ଯାଏଁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛନ୍ତି । ବିଶେଷକରି ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ୧୯ ଜିଲ୍ଲାକୁ ସତର୍କ ଜାରି କରାଯାଇଛି ।
ଗୁରୁବାର ରାଜ୍ୟରେ ପାଗ କୋହଲା ରହିଥିଲା। ଶୁକ୍ରବାର ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଂଜ, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ତି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ ଓ ମାଲକାନଗିରିର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ୨୨ ତାରିଖରୁ ରାଜ୍ୟରେ ପାଗ ବଦଳିବ। ବର୍ଷା କମିବା ପରେ ରାଜ୍ୟରେ ପୁଣି ଶୀତର ପ୍ରକୋପ ବଢିବ।