ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଦୁର୍ବଳ ହୋଇଥିବା ବେଳେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧିଛି । ଏହା ପ୍ରଭାବରେ ଆସନ୍ତା ୨୪ ତାରିଖରୁ ପୁଣି ବର୍ଷା ହେବା ନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ଏହି ଲଘୁଚାପ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ତାମିଲନାଡ଼ୁ ଉପକୂଳଠାରୁ କିଛି ଦୂରରେ ସକ୍ରିୟ ରହିଥିବାରୁ ଆସନ୍ତା ୨୪ ଓ ୨୫ ତାରିଖରେ କେନ୍ଦ୍ରୀୟ ପଶ୍ଚିମ ଉପକୂଳରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ତେବେ ଏହି ସମୟରେ ଓଡ଼ିଶାର ୭ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଏହି ସମୟରେ ବାଲେଶ୍ବର, ଗଞ୍ଜାମ, ଜଗତ୍ସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ନୟାଗଡ଼, ଗଜପତି ଆଦି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ଥିବା ଜଣା ପଡିଛି।ଅପରପକ୍ଷରେ ସୋମବାର ଘନ କୁହୁଡି ପାଇଁ ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଏହି ଜିଲ୍ଲାଗୁଡି଼କ ହେଲା କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା ଅନୁଗୁଳ ଓ କଳାହାଣ୍ଡି।