ଭୁବନେଶ୍ବର : ଗତ କିଛି ଦିନରୁ ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଆସନ୍ତା ୨୩ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି। ଆସନ୍ତା ୨୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ ସଂଲଗ୍ନ ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରାଯାଇଛି। ତେବେ ୨୩ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହେବାପରେ ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଶେଷଜ୍ଞ ଡଃ. ଶରତ ସାହୁ ପୂର୍ବାନୁମାନ କରିଛନ୍ତି । ତେବେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ଆଗକୁ ସ୍ପଷ୍ଟ ହୋଇ ପାରିବ ବୋଲି ଡଃ. ସାହୁ କହିଛନ୍ତି।
ଅପରପକ୍ଷରେ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ ପାଇଥିବା ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ବର୍ଷା ହୋଇଛି। ଭଦ୍ରକର ଭଣ୍ଡାରିପୋଖରୀରେ ସର୍ବାଧିକ ୧୨୦ମି.ମି ବର୍ଷା ରେକର୍ଡ ହୋଇଛି।