ନୂଆଦିଲ୍ଲୀ: ଗୁରୁବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା କେନ୍ଦ୍ର କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାର ପାଞ୍ଚଟି ଭାରତୀୟ ଭାଷାକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ପ୍ରଦାନ କରିଛନ୍ତି। ଶାସ୍ତ୍ରୀୟ ଭାଷା ଭାବରେ ମାନ୍ୟତା ପାଇଥିବା ଏହି ୫ଟି ଭାଷା ହେଉଛି ମରାଠୀ, ବଙ୍ଗାଳୀ, ପାଲି, ପ୍ରାକୃତ ଏବଂ ଅସମୀୟା। ଏନେଇ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ପୂର୍ବରୁ ତାମିଲ, ସଂସ୍କୃତ, ତେଲୁଗୁ, କନ୍ନଡ, ମାଲାୟାଲମ୍ ଏବଂ ଓଡିଆ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଥିବା ବେଳେ ବର୍ତମାନ ଏହି ସଂଖ୍ୟା ୧୧ ରେ ପହଞ୍ଚିଛି।
କେନ୍ଦ୍ର କ୍ୟାବିନେଟ୍ ନିଷ୍ପତ୍ତି ସଂପର୍କରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ,” ଭାରତର ସଂସ୍କୃତି, ଐତିହ୍ୟ ଓ ପରମ୍ପରାର ଅଭିଭାବକ ହେଉଛନ୍ତି ଶାସ୍ତ୍ରୀୟ ଭାଷା ।ସରକରୀ ଶାସ୍ତ୍ରୀୟ ଭାଷାର ପ୍ରଚାର ଓ ସୁରକ୍ଷା ପାଇଁ ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହିକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟ ଆଉ ୫ ଭାଷାକୁ ଶାସ୍ତ୍ରୀୟ ଭାଷାର ମାନ୍ୟତା ଦେଇଛନ୍ତି।”
ପ୍ରକାଶଥାଉ କି, ମହାରାଷ୍ଟ୍ରରେ ମରାଠି ଭାଷା, ବିହାର, ଉତ୍ତର ପ୍ରଦେଶ ଓ ମଧ୍ୟ ପ୍ରଦେଶରେ ପାଲି ଓ ପ୍ରାକୃତି ଭାଷା, ପଶ୍ଚିମବଙ୍ଗରେ ବଙ୍ଗାଳୀ ଓ ଆସାମରେ ଅସମିୟା ଭାଷା ପ୍ରଚଳିତ ହୁଏ।