କୋଣାର୍କ: ଆସନ୍ତା ଡିସେମ୍ବର ୧୫ ହେବାକୁ ଯାଉଛି କୋଣାର୍କ ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍। ଏନେଇ ସମସ୍ତ ବିଭାଗକୁ ସେମାନଙ୍କ ଦାୟିତ୍ୱ ଦିଆଯାଇ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ଡିସେମ୍ବର ୧ ସୁଦ୍ଧା ଭିତ୍ତିଭୂମି ପ୍ରସ୍ତୁତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ।
ସୂଚନାଯୋଗ୍ୟ ଯେ, କୋଣାର୍କ ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍ ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକ ଶନିବାର ପୂର୍ବାହ୍ନରେ ଏକ ବୈଠକ ଆୟୋଜିତ ହୋଇଯାଇଛି। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ତାଙ୍କ ଆବାସିକ କାର୍ଯ୍ୟାଳୟ ଠାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ତେବେ ପୂର୍ବ ବର୍ଷର ଅଭିଜ୍ଞତା ଆଧାର କରି ଚଳିତ ବର୍ଷର ଇକୋ ରିଟ୍ରିଟକୁ ଅଧିକ ଆକର୍ଷଣୀୟ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିବା ବେଳେ ଯେଉଁ ବିଭାଗର ଯାହା ଦାୟିତ୍ୱ ତାହାକୁ ନିଷ୍ଠାପର ଓ ଧାର୍ଯ୍ୟ ସମୟ ପୂର୍ବରୁ ସାରିବାକୁ ସେ ପରାମର୍ଶ ଦେଇଥିଲେ। ଏହି ଅବସରରେ ପ୍ରତ୍ୟେକ ବିଭାଗ ସହ ସମନ୍ବୟ ରଖି କାମ କରିବା ସହିତ ବାହାରୁ ଆସୁଥିବା ପର୍ଯ୍ୟଟକ ମାନଙ୍କୁ ସହଯୋଗ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ।