ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ଅପସାରଣ ପାଇଁ ପାଗ ଅନୁକୂଳ ରହିଥିବା ବେଳେ ଆସନ୍ତା ୨ ଦିନ ମଧ୍ୟରେ ଓଡିଶାର କିଛି ଅଞ୍ଚଳରୁ ମୌମୁମୀ ପ୍ରତ୍ୟାବର୍ତ୍ତନ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ଆସନ୍ତା ଅକ୍ଟୋବର ୧୫ ତାରିଖ ବେଳକୁ ଓଡ଼ିଶାରୁ ମୌସୁମୀ ପ୍ରତ୍ୟାବର୍ତ୍ତନକୁ ସ୍ୱାଭାବିକ ସମୟ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ।
ଅପରପକ୍ଷରେ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଉଥିବା ବେଳେ ଶନିବାର ରାଜ୍ୟର ୧୪ ଜିଲ୍ଲାର ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ୍ ଉପରେ ରେକର୍ଡ଼ ହୋଇଛି। ଜଗତସିଂହପୁରରେ ସର୍ବାଧିକ ୩୫ ଡିଗ୍ରୀ ତାପମାତ୍ରା ରେକର୍ଡ଼ ହୋଇଥିବା ସୂଚନା ମିଳିଛି। ତେବେ ଶନିବାର ଟ୍ୱିନ ସିଟିରେ ବର୍ଷା ହୋଇଥିବା ଦେଖିବାକୁ ମିଳିଥିବା ବେଳେ ରବିବାର ରାଜ୍ୟର ୨ ଜିଲ୍ଲାରେ ହାଲୁକା ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି ଓ କୋରାପୁଟ। ସେହିପରି ମଙ୍ଗଳବାର , ବୁଧବାର ଓ ଗୁରୁବାର ମଧ୍ୟ ଦକ୍ଷିଣ ଓଡି଼ଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ନେଇ ଅକଳନ କରିଛି ପାଣିପାଗ ବିଭାଗ।