ଭୁବନେଶ୍ୱର: ରବିବାର ରାଜ୍ୟରୁ ଅପସାରଣ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ତେବେ ରାଜ୍ୟରେ ଗରମ ଓ ଗୁଳୁଗୁଳି ଜାରି ରହିଥିବା ବେଳେ ମଙ୍ଗଳବାର ଜଗତସିଂହପୁରରେ ସର୍ବାଧିକ ୩୬.୨ ଡିଗ୍ରୀ ତାପମାତ୍ରା ରେକର୍ଡ଼ ହୋଇଛି। ରାଜ୍ୟରେ ଗରମ ଓ ଗୁଳୁଗୁଳି ଜାରି ରହିଥିବା ସତ୍ତ୍ୱେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ । ଏହି ଲଘୁଚାପ ପଶ୍ଚିମ ଓ ଦକ୍ଷିଣ ପୂର୍ବ ଦିଗରେ ଗତି କରି ମଙ୍ଗଳବାର ସୁଦ୍ଧା ଓ୍ବେଲ୍- ମାର୍କଡ୍ ଲଘୁଚାପରେ ପରିଣତ ହେବା ନେଇ ସୂଚନା ଦେଇଛି ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ। ସେହିପରି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଥିବା ସୂଚନା ମିଳିଥିବା ବେଳେ ଏହାର ପ୍ରଭାବ ଓଡିଶାରେ ରହିବ ନାହିଁ ବୋଲି ସୂଚନା ଆକଳନ କରିଛି ପାଣିପାଗ ବିଭାଗ। ତେବେ ଆସନ୍ତା ୧୮ରୁ ୨୦ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ ହୋଇଛି।
ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆସନ୍ତା ୧୮ରୁ ୨୦ ତାରିଖ ମଧ୍ୟରେ ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଂଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, ମୟୂରଭଂଜ ଓ କେନ୍ଦୁଝରରେ ଘଡ଼ଘଡି଼ ସହ ବର୍ଷା ହେବାର ସମ୍ଭାବନା ଅଛି।