ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସିବେ । ଆସନ୍ତା ୨୩ ଓ ୨୫ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସି ମୟୂରଭଞ୍ଜ, ପୁରୀ ଓ ଭୁବନେଶ୍ୱରର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରିବେ । ଏନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ୨୩ ତାରିଖରେ ସକାଳ ୯.୨୫ ମିନିଟରେ ରାଷ୍ଟ୍ରପତି ପଶ୍ଚିମବଙ୍ଗ କଲେଇକୁଣ୍ଡା ବିମାନ ବନ୍ଦରରୁ ବାହାରିବେ । ଭାରତୀୟ ବାୟୁସେନା ହେଲିକପ୍ଟର ଯୋଗେ ସେ ପୂର୍ବାହ୍ନ ପ୍ରାୟ ୯.୫୫ ମିନିଟରେ ମୟୂରଭଞ୍ଜର ବାଙ୍ଗିରିପୋଷିତ ହେଲିପ୍ୟାଡ଼ରେ ପହଞ୍ôଚବେ । ସେଠାରେ ଆୟୋଜିତ କାର୍ଯ୍ୟକ୍ରମରେ ବିଭିନ୍ନ ରେଳ ଲାଇନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଏହାସହ ଭିସି ଜରିଆରେ ରାଇରଙ୍ଗପୁରରେ ଆଦିବାସୀ ଗବେଷଣା କେନ୍ଦ୍ର, ଦାଣ୍ଡବୋଷ ଏୟାରଷ୍ଟ୍ରିପ୍ ଏବଂ ଉପଖଣ୍ଡ ଚିକିତ୍ସାଳୟ ପ୍ରକଳ୍ପର ଶିଳାନ୍ୟାସ ମଧ୍ୟ କରିବାକୁ ନେଇ ସୂଚନା ମିଳିଛି ।