ଭୁବନେଶ୍ୱର: ରବିବାର ରାଜ୍ୟରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ କରିଥିବାବେଳେ ଉତ୍ତରପୂର୍ବ ଅଂଚଳରେ ଏହା ସକ୍ରିୟ ରହିବା ଫଳରେ ତାମିଲନାଡୁ ସହ ଦକ୍ଷିଣ ଭାରତ ରାଜ୍ୟଗୁଡ଼ିକରେ ବର୍ଷା ହେଉଛି। ତେବେ ରାଜ୍ୟରେ ଗରମ ଓ ଗୁଳୁଗୁଳି ଜାରି ରହିଥିବା ସତ୍ତ୍ୱେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ । ଆସନ୍ତା ୨୧ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର । ଏହା ପ୍ରଭାବରେ ୨୨ ତାରିଖରେ ଲଘୁଚାପ ଓ ୨୩ ତାରିଖରେ ଅବପାତରେ ପରିଣତ ହେବା ନେଇ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଏହାକୁ ନେଇ ଅକ୍ଚୋବରରେ ବାତ୍ୟା ଆସୁଥିବା ଆଶଙ୍କା କରାଯାଉଁଟିହିବା ବେଳେ ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ ସୂଚନା ମିଳିନାହିଁ।