ଭୁବନେଶ୍ୱର ୧୯।୧୦: କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂନିବଳୟ। ପରେ ଉତ୍ତର ପଶ୍ଚିମ ଦିଗରେ ଗତି କରି ଅବପାତର ରୂପ ନେବ। ଏହା୨୨ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ବା ଘୂନିଭୂତ ହେବ। ଏହା ପ୍ରଭାବରେ ଆସନ୍ତା ୨୩ତାରିଖରୁ ତିନି ଦିନ ଧରି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ତରଫରୁ ସୂଚନା ମିଳିଛି।