ଭୁବନେଶ୍ୱର : ରବିବାରଠାରୁ ୭ ଦିନିଆ ସିଙ୍ଗାପୁର ଓ ଅଷ୍ଟ୍ରେଲିଆ ଗସ୍ତରେ ଯାଉଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେଦ୍ର ପ୍ରଧାନ। ଶିକ୍ଷାକ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗ ବୃଦ୍ଧି ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଏକ ପ୍ରତିନିଧି ମଣ୍ଡଳୀ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ସିଙ୍ଗାପୁର ଓ ଅଷ୍ଟ୍ରେଲିଆ ଗସ୍ତ କରିବେ। ସୂଚନାଯୋଗ୍ୟ ଯେ, ଦେଶରେ ଶିକ୍ଷାକ୍ଷେତ୍ରରେ ସିଙ୍ଗାପୁର ଓ ଅଷ୍ଟ୍ରେଲିଆ ର ସହଯୋଗ, ଭାଗିଦାରୀ ଏବଂ ସମନ୍ୱୟକୁ ପ୍ରୋତ୍ସାହିତ କରିବା ଦିଗରେ କେନ୍ଦ୍ରମନ୍ତ୍ରୀ ଏହି ଗସ୍ତରେ ଯାଉଥିବା ସୂଚନା ମିଳିଛି। ତେବେ ସିଙ୍ଗାପୁର ଗସ୍ତ ସମୟରେ ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧିତ କରିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ଏହି ଗସ୍ତ ସମୟରେ ସେ ସିଙ୍ଗାପୁରର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗ୍, ଉପପ୍ରଧାନମନ୍ତ୍ରୀ ଗାନ୍ କିମ୍ ୟୋଙ୍ଗ୍, ଶିକ୍ଷାମନ୍ତ୍ରୀ ଚାନ୍ ଚୁନ୍ ସିଂ ଏବଂ ବୈଦେଶିକ ମନ୍ତ୍ରୀ ଭିଭିଆନ୍ ବାଲକ୍ରିଷ୍ଣନଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି ଅଷ୍ଟ୍ରେଲିଆ ଗସ୍ତ ବେଳେ ଧର୍ମେଦ୍ର ପ୍ରଧାନ ଅଷ୍ଟ୍ରେଲିଆର ଶିକ୍ଷାମନ୍ତ୍ରୀ ଜେସନ କ୍ଲେୟାରଙ୍କୁ ସାକ୍ଷାତ କରିବା ସହିତ ‘ଅଷ୍ଟ୍ରେଲିଆ ଅନ୍ତର୍ଜାତୀୟ ଶିକ୍ଷା ସମ୍ମିଳନୀ’ରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି।