ଭୁବନେଶ୍ବର: ଚଳିତ ମାସରେ ବିଜେପିର ସଦସ୍ୟତା ଅଭିଯାନ ଶେଷ ହେବାକୁ ଯାଉଥିବା ବେଳେ ରାଜ୍ୟ ବିଜେପିର ସାଙ୍ଗଠନିକ ନିର୍ବାଚନ ଲାଗି ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ତେବେ ଏହା ପୂର୍ବରୁ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ ହୋଇଛନ୍ତି । ସେହିପରି ସହ-ନିର୍ବାଚନ ଅଧିକାରୀ ଭାବେ ୩ ଜଣଙ୍କୁ ଦାୟିତ୍ୱ ଦିଆଯାଇଥିବା ସୂଚନା ମିଳିଛି। ସେମାନେ ହେଲେ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ, ଉପ ସଭାପତି ସୁକେଶି ଓରାମ ଏବଂ ସାଧାରଣ ସମ୍ପାଦକ ଯତୀନ ମହାନ୍ତି।
ଚଳିତ ମାସରେ ସଦସ୍ୟତା ଅଭିଯାନ ଶେଷ ହେବା ପରେ ସାଙ୍ଗଠନିକ ନିର୍ବାଚନ ଆରମ୍ଭ ହେବ। ଏହି ନିର୍ବାଚନରେ ବୁଥ ସଭାପତି, ଜିଲ୍ଲା ସଭାପତି, ରାଜ୍ୟ ସଭାପତି ଏବଂ ରାଷ୍ଟ୍ରୀୟ ସଭାପତି ଆଦି ପଦବୀରେ ନିର୍ବାଚିତ ହେବେ ବିଜେପିର ଦଳୀୟ କର୍ମୀ ।