ଭୁବନେଶ୍ୱର : ମହାରାଷ୍ଟ୍ରରୁ ଶିମିଳିପାଳକୁ ଆସିବ ଦୁଇଟି ମହାବଳ ବାଘ । ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଛି । ଶିମିଳିପାଳର ସ୍ୱତନ୍ତ୍ର ଟିମ୍ ମହାରାଷ୍ଟ୍ର ଯାଇଥିବା ନେଇ ସୂଚନା ମିଳିଛି । ଶିମିଳିପାଳର କ୍ଷେତ୍ର ନିର୍ଦ୍ଦେଶକ, ଉପ ନିର୍ଦ୍ଦେଶକଙ୍କ ସହ ବନ୍ୟଜନ୍ତୁ ଡାକ୍ତରୀଦଳ ଏବଂ ତାଲିମପ୍ରାପ୍ତ ବନ କର୍ମଚାରୀ ଓ ଶିମିଳିପାଳର ରାପିଡ ରେସପନ୍ସ ଟିମ୍କୁ ନେଇ ଗଠିତ ଏକ ଦଳ ମହାରାଷ୍ଟ୍ର ଯାଇଥିବା ସୂଚନା ମିଳିଛି ।
ସୂଚନା ଅନୁସାରେ, ଶିମିଳିପାଳର କ୍ଷେତ୍ର ନିର୍ଦ୍ଦେଶକ, ଉପ ନିର୍ଦ୍ଦେଶକଙ୍କ ସହ ବନ୍ୟଜନ୍ତୁ ଡାକ୍ତରୀଦଳ ଏବଂ ତାଲିମପ୍ରାପ୍ତ ବନ କର୍ମଚାରୀ ଓ ଶିମିଳିପାଳର ରାପିଡ ରେସପନ୍ସ ଟିମକୁ ନେଇ ଗଠିତ ଏକ ଦଳ ମହାରାଷ୍ଟ୍ର ଯାଇଛି । ମହାରାଷ୍ଟ୍ରର ତାଡୋବା ଜଙ୍ଗଲରୁ ଏହି ଦୁଇ ମହାବଳ ବାଘ ଚିହ୍ନଟ କରିବା ସହ ଆଇନ ଅନୁଯାୟୀ ବିଭିନ୍ନ ପ୍ରକ୍ରିୟା ଶେଷ କରିବେ ବୋଲି ସୂଚନା ଦେଇଛନ୍ତି ଶିମିଳିପାଳ ପିସିସିଏଫ୍ । ପୂର୍ବରୁ ଶିମିଳିପାଳ ବାଘ ବଂଶ ବୃଦ୍ଧି ପାଇଁ ଦେଶର ଉତ୍ତମ ସ୍ଥାନ ବୋଲି ଏନ ଟି ସି ଏ ସ୍ପଷ୍ଟ କରିଛି । ଏହି ପରିପ୍ରେକ୍ଷୀରେ ଶିମିଳିପାଳକୁ ଦୁଇଟି ମହାବଳ ଅଣା ଯାଉଥିବା ସ୍ପଷ୍ଟ କରିଛନ୍ତି ପି ସି ସି ଏଫ ।