ଭୁବନେଶ୍ବର: ସୋମବାର ରାଜ୍ୟ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ) ସ୍ତରରେ ଛୋଟ ଧରଣର ଅଦଳବଦଳ ହୋଇଛି। ଏହି ନିଷ୍ପତ୍ତି ଅନୁଯାୟୀ ଶୈଳେନ୍ଦ୍ର କୁମାର ଜେନା ମିଶନ ଶକ୍ତି ଯୁଗ୍ମ ସଚିବ, ମମତା ବାରିକଙ୍କୁ ଓଡ଼ିଶା ଜୀବିକା ମିଶନ ଯୁଗ୍ମ ସଚିବ ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ବିନୋଦ କୁମାର ଜେନା ପର୍ଯ୍ୟଟନ ବିଭାଗ ଯୁଗ୍ମ ସଚିବ ଏବଂ ଗୋପୀନାଥ କୁଅଁରଙ୍କୁ ମହିଳା ଓ ଶିଶୁ ବିକାଶ ଯୁଗ୍ମ ସଚିବ ଭାବେ ଦାୟିତ୍ବ ନେବେ। ମନୋରଞ୍ଜନ ସାହୁଙ୍କୁ ଭୁବନେଶ୍ବର ଉପଜିଲାପାଳ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ସୂରଜ କୁମାର ପଟ୍ଟନାୟକଙ୍କୁ ବରଗଡ଼ ଜିଲା ପରିଷଦର ଅତିରିକ୍ତ ଇଓ ଭାବେ ଦାୟିତ୍ୱ ମିଳିଛି।
ଅପରପକ୍ଷରେ ହେମସାଗର ଭୋଇଙ୍କୁ କୁଚିଣ୍ଡା ଆଇଟିଡିଏ ପିଏ, ରାଜ କିଶୋର ଜେନାଙ୍କୁ ପୁରୀ ସବ୍-କଲେକ୍ଟର,, ସୋହେଲା ବିଡିଓ ସୁରେନ୍ଦ୍ର ମେହେରଙ୍କୁ ସୁବର୍ଣ୍ଣପୁରର ଅତିରିକ୍ତ ସବ୍-କଲେକ୍ଟର ଭାବେ ଦାୟିତ୍ୱ ଦିଆଯାଇଛି। ମନୋରମା ଜାଲିଙ୍କୁ ଭୁବନେଶ୍ୱରସ୍ଥିତ ଏସ୍ଆଇଆରଡିର ଡେପୁଟି ଡାଇରେକ୍ଟର ଏବଂ ସୁନୀଲ କୁମାର ମେହେରଙ୍କୁ ପାଟଣାଗଡ଼ ସବ୍-କଲେକ୍ଟର ଭାବେ ବଦଳି ହୋଇଥିବା ସୂଚନା ମିଳିଛି।