ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ପାଗ ଶୁଖିଲା ରହିଥିବା ବେଳେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ପୁଣିଥରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ସୂଚନା ଦେଇଛି ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର। ତେବେ ରାଜ୍ୟରେ ବର୍ତ୍ତମାନ ଶୀତ ଅନୁଭୂତ ହେବା ଦେଖିବାକୁ ମିଳୁଥିବା ବେଳେ ଶୁକ୍ରବାର ଏହି ଘୁର୍ଣ୍ଣିବଳୟ ସୃଷି ହୋଇଛି । ତେବେ ପୂର୍ବରୁ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ବଙ୍ଗୋପସାଗରରେ ସୃଷ୍ଟ ଏହି ତାମିଲନାଡ଼ୁ କିମ୍ବା ଶ୍ରୀଲଙ୍କା ଆଡ଼କୁ ମୁହାଁଇବା ନେଇ ପୂର୍ବାନୁମାନ କରାଯାଇଛି। ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ନଥିବା ବେଳେ ଏହାର ବିଶେଷ ପ୍ରଭାବ ଓଡ଼ିଶା ଉପରେ ନଥିବା ସୂଚନା ମିଳିଛି। କିନ୍ତୁ ଶନିବାର ରାତିରୁ ୧୧ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓ ଉପକୂଳ ଓଡି଼ଶାରେ ବର୍ଷା ହେବା ସହିତ ଦକ୍ଷିଣ ଓଡି଼ଶାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ଆକଳନ କରିଛି ପାଣିପାଗ ବିଭାଗ। ଶନିବାର ପାଇଁ କେନ୍ଦ୍ରାପଡା, ଖୋର୍ଦ୍ଧା,ପୁରୀ, ଗଂଜାମ, ଜଗତସିଂହପୁର, ଗଜପତି ଓ ନୟାଗଡରେ ବର୍ଷା ହେବାର ସମ୍ଭାବନା ରହିଥିବା ସୂଚନା ମିଳିଛି।