ପିପିଲି : ପବିତ୍ର ଅଁଳା ନବମୀ ନଭେମ୍ବର ୧୦ତାରିଖରେ ପଡୁଛି । ରାଧାରାଣୀଙ୍କ ପାଦ ଦର୍ଶନ ପାଇଁ ହଜାର ହଜାର ଭକ୍ତ ପାଇଁ ପୁରୀ ଜିଲ୍ଲାର ସାକ୍ଷୀଗୋପାଳ ମନ୍ଦିରରେ ପ୍ରସ୍ତୁତି ଶେଷ ହୋଇଛି। ରାଜ୍ୟ ଓ ରାଜ୍ୟ ବାହାରୁ ଲକ୍ଷାଧିକ ଲୋକଙ୍କ ସମାଗମ ହେବ । ରାତି ୧ଟାରୁ ମନ୍ଦିର ଖୋଲାଯାଇ ମଙ୍ଗଳ ଆଳତୀ କରାଯିବ। ପରେ ନଟବର ବେଶରେ ଦର୍ଶନ ଦେବେ ସାକ୍ଷୀଗୋପିନାଥ ଏବଂ ମା ରାଧାରାଣୀଙ୍କୁ ସୁନା ଅଳଙ୍କାରରେ ସଜ୍ଜିତ କରାଯିବ । ସମସ୍ତ ନୀତିକାନ୍ତି ଓ ପାଳିଆ ସେବକଙ୍କ ଦର୍ଶନ କରିବା ପରେ ଶ୍ରଦ୍ଧାଳୁମାନେ ମା’ଙ୍କ ଦର୍ଶନ କରିବେ । ବର୍ଷକୁ ଥରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି ରାଧାରାଣୀ । ତେବେ ଭିଡ଼ ନିୟନ୍ତ୍ରଣ ଓ ଶୃଙ୍ଖଳିତ ଦର୍ଶନ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଉପଜଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରଶାସନିକ ଅଧିକାରୀ ଓ ସେବାୟତମାନଙ୍କୁ ନେଇ ସମ୍ମନ୍ଵୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାରିକେଡ ବ୍ୟବସ୍ଥା ହୋଇଛି ।