ଭୁବନେଶ୍ୱର: ବୁଧବାର ରାଜ୍ୟ ସରକାରଙ୍କ ଏକ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଲୋକସେବା ଭବନରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା କରିବେ।
ସୂଚନାଯୋଗ୍ୟ ଯେ, ବୁଧବାର ଲୋକସେବା ଭବନରେ ୩ୟ ମହଲା ସମ୍ମିଳନୀ କକ୍ଷରେ ଅପରାହ୍ନ ୪ଟା ସମୟରେ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ବସିବାକୁ ଯାଉଛି। ଏହି ବୈଠକରେ ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିବା ନେଇ ବିଶେଷ ସୂତ୍ରରୁ ଜଣାପଡ଼ିଛି। ତେବେ ନିର୍ଦ୍ଦିଷ୍ଟ ଭାବେ କେଉଁ ପ୍ରସ୍ତାବ ଉପରେ ମୋହର ବାଜିବ ସେନେଇ ସ୍ପଷ୍ଟ ହୋଇନାହିଁ। ବିଧାନସଭା ଶୀତ ଅଧିବେଶନ ପୂର୍ବରୁ ବସିବାକୁ ଥିବା ଏହି ଗୁରୁତ୍ତ୍ୱପୂର୍ଣ୍ଣ ବୈଠକରେ କେତେକ ପ୍ରସ୍ତାବ ମଂଜୁର ହୋଇ ତାହା ବିଧାନସଭାରେ ଆଗତ ହେବାର ସମ୍ଭାବନା ରହିଛି।