ଆସନ୍ତାବର୍ଷ ଫେବୃଆରୀ ମାସ ୨୧ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏନେଇ ପରୀକ୍ଷାସୂଚୀ ପ୍ରକାଶ କରିଛି ମାଧ୍ୟମିକ ଶିକ୍ଷା ପରିଷଦ (ବିଏସ୍ଇ)।
ମାଟ୍ରିକ ପରୀକ୍ଷା ଆସନ୍ତା ଫେବ୍ରୁଆରୀ ୨୧ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ୨୧ ତାରିଖରେ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା, ୨୪ ତାରିଖରେ ଦ୍ୱିତୀୟ ଭାଷା ଇଂରାଜୀ ପରୀକ୍ଷା, ୨୭ରେ ଗଣିତ ଓ ମାର୍ଚ୍ଚ ୧ରେ ବିଜ୍ଞାନ ପରୀକ୍ଷା ହେବ। ସେହିପରି ମାର୍ଚ୍ଚ ୩ରେ ସାମାଜିକ ବିଜ୍ଞାନ ଓ ୬ରେ ତୃତୀୟ ଭାଷା ହିନ୍ଦୀ/ସଂସ୍କୃତ ପରୀକ୍ଷା ହେବ। ପରୀକ୍ଷା ସକାଳ ୯ଟାରୁ ଆରମ୍ଭ ହୋଇ ୧୧.୩୦ଟା ପର୍ଯ୍ୟନ୍ତ ଚାଲିବ। ଗଣିତ ପରୀକ୍ଷା ପାଇଁ ପରୀକ୍ଷାର୍ଥୀ ମାନଙ୍କୁ ଅଧିକ ୧୫ ମିନିଟ ସମୟ ଦିଆଯିବ ନେଇ ଘୋଷଣା ହୋଇଛି। ସେହିଦିନ ୧୧ଟା ୪୫ରେ ପରୀକ୍ଷା ସରିବ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି।