ଭୁବନେଶ୍ୱର : ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ଅବସରରେ ସମଗ୍ର ଦେଶରେ ପାଳିତ ହେଉଛି ଜନଜାତୀୟ ଗୌରବ ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶରେ ପ୍ରାୟ ୬୬୦୦ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଲୋକର୍ପଣ କରିବେ। ସେଥିପାଇଁ ଭୁବନେଶ୍ୱର ଜନତା ମୈଦାନରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉପସ୍ଥିତିରେ ପାଳନ ହେବ ଏହି ସମାରୋହ । ଭିଡିଓ କନ୍ଫରେନ୍ସରେ ଦ୍ୱାରା ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ ମୋଦି ।
ସୂଚନାଯୋଗ୍ୟ ଯେ, ଶୁକ୍ରବାର ଜନଜାତୀୟ ଗୌରବ ଦିବସ ଅବସରରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ସଂଖ୍ୟାଲଘୁ ସମ୍ପ୍ରଦାୟ, ପଛୁଆ ବର୍ଗ କଲ୍ୟାଣ ବିଭାଗ ଆନୁକୂଲ୍ୟରେ ସମାରୋହ ଆୟୋଜନ କରାଯାଇଛି। ଏଥିରେ ପ୍ରାୟ ୧୦ ହଜାର ଜନତା ସାମିଲ ହେବ ନେଇ ସୂଚନା ମିଳିଛି। କିସ୍ ବିଶ୍ବ ବିଦ୍ୟାଳୟରୁ ଅନେକ ଆଦିବାସୀ ଛାତ୍ରଛାତ୍ରୀ ଯୋଗ ଦେବେ। ଦୁଇଟି ଷ୍ଟେଜ ସହ ଲୋକଙ୍କ ବସିବା ପାଇଁ ସୁବିଧା କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ସିସିଟିଭି ଲଗାଯିବା ସହିତ ୩୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି ।