ଭୁବନେଶ୍ୱର : ରାଜ୍ୟରେ ବୃଦ୍ଧି ପାଉଛି ଶୀତର ପ୍ରକୋପ । ରାଜ୍ୟରେ ୧୬ ସହରର ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ତଳେ ରେକର୍ଡ ହୋଇଥିବା ସୂଚନା ମିଳିଛି । ଚଳିତମାସ ତୃତୀୟ ସପ୍ତାହରୁ ଶୀତର ପ୍ରକୋପ ଆହୁରି ବୃଦ୍ଧି ପାଇବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହାସହ ଡିସେମ୍ବର ଓ ଜାନୁଆରୀରେ ଅଧିକ ଶୀତ ପଡ଼ିବ ବୋଲି ଆକଳନ କରିଛି । ତେବେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ସର୍ବାଧିକ ଓ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ ।
ଅପରପକ୍ଷରେ କନ୍ଧମାଳର ଜି. ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୭.୨ ଡିଗ୍ରୀ ତଳେ ରେକର୍ଡ କରାଯାଇଛି। ଏଠାରେ ପାରଦ ୯ ଡିଗ୍ରୀରେ ରହିଥିବା ବେଳେ ଫୁଲବାଣୀ ଓ ଦାରିଙ୍ଗିବାଡ଼ିରେ ସର୍ବନିମ୍ନ ତାପମାତ୍ରା ୧୨.୫ ଡିଗ୍ରୀ ରେକର୍ଡ ହୋଇଛି। ସେହିପରି ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୦.୫ ଡିଗ୍ରୀ ଏବଂ ଦାରିଙ୍ଗବାଡ଼ିରେ ୧୧.୫ ଡିଗ୍ରୀ, ଭୁବନେଶ୍ବର ଏବଂ କଟକରେ ତାପମାତ୍ରା ୧୬.୦୮ଡିଗ୍ରୀ ରେକର୍ଡ ହୋଇଛି । ଏହାସହ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବରଗଡ଼, କଳାହାଣ୍ଡି, ସମ୍ବଲପୁର, ଝାରସୁଗୁଡ଼ାର କିଛି ସ୍ଥାନରେ ହାଲୁକା କୁହୁଡି ଦେଖାଦେବା ନେଇ ଆଗୁଆ ସତର୍କ କରିଛି ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।