ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଗଭୀର ଅବପାତରେ ପରିଣତ ହୋଇଥିବା ବେଳେ ଏହା ବୁଧବାର ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ। ଏହି ବାତ୍ୟାର ନାଁ ‘ପେଙ୍ଗାଲ’ ରହିଛି। ଏହା ଶ୍ରୀଲଙ୍କା ଉପକୂଳ ଅତିକ୍ରମ କରି ତାମିଲନାଡ଼ୁ ଉପକୂଳ ଆଡ଼କୁ ମୁହାଁଇବ। ୨୯ତାରିଖ ମଧ୍ୟରେ ଉତ୍ତର ଉତ୍ତରପଶ୍ଚିମ ଦିଗରେ ଗତି କରି ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଓଡ଼ିଶା ଉପରେ ଏହାର ପ୍ରଭାବ ପଡ଼ିବ ନାହିଁ। ବାତ୍ୟାକୁ ଦୃଷ୍ଟିରେ ରଖି ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶ ଉପକୂଳ ଅଞ୍ଚଳବାସୀଙ୍କୁ ସତର୍କ ସୂଚନା ଜାରି କରାଯିବା ସହ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।