ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଅବସରରେ ନିଜ ବାସଭବନରେ କିଛି ଦିବ୍ୟାଙ୍ଗଙ୍କ ସମ୍ବର୍ଦ୍ଧିତ କରିଛନ୍ତି। ଏଥିସହ ସେମାନଙ୍କ ସମସ୍ୟା ଶୁଣି ତାହାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏଭଳି ସହୃଦୟତାରେ ଭାବପ୍ରବଣ ହୋଇଯାଇଥିଲେ ସମସ୍ତେ । ଭୁବନେଶ୍ବରରୁ ନୂଆଦିଲ୍ଲୀ ପର୍ଯ୍ୟନ୍ତ ତିନି-ଚକିଆ ସାଇକେଲରେ ଯାତ୍ରା କରିବାକୁ ଆରମ୍ଭ ଯାଉଥିବା କଟକ ବାଉଁଶଗଳିର ଦିବ୍ୟାଙ୍ଗ ଶେଖ୍ ରେହେମାନଙ୍କୁ ମୁଖ୍ୟମନ୍ତ୍ରୀ ଶୁଭକାମନା ଜଣାଇଥିଲେ ।