ଭୁବନେଶ୍ୱର : ଦେବଗଡ଼ ଜିଲ୍ଲାର ରାମପଲୀ ଓ କେନ୍ଦୁଝରର ଗୋପୁର-ଗଜିପୁର ଅଞ୍ଚଳରେ ସୁନା ଖଣିର ସନ୍ଧାନ ମିଳିଛି । ବିଧାନସଭାରେ ଖଣି ମନ୍ତ୍ରୀ ବିଭୂତି ଜେନା ଏହି ଉତ୍ତର ଦେଇଛନ୍ତି । ବିଧାନସଭାରେ ବିଧାୟକ ଅଶ୍ୱିନୀ ପାତ୍ର ଏବଂ ଉପାସନା ମହାପାତ୍ରଙ୍କ ପ୍ରଶ୍ନର ଉତ୍ତର ଦେଇ କହିଛନ୍ତି , ଦେବଗଡ ଜିଲ୍ଲାର ଆଡାସ-ରାମପଲ୍ଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା ଦ୍ୱାରା ଜି-୨ ସ୍ତରରେ ଅନୁସନ୍ଧାନ କାର୍ଯ୍ୟ ସରିଛି । କେନ୍ଦୁଝର ଜିଲ୍ଲାର ଗୋପୁର-ଗଜିପୁର ଅଞ୍ଚଳରେ ଜି-୩ ସ୍ତରର ଅନୁସନ୍ଧାନରେ ସନ୍ତୋଷଜନକ ଫଳାଫଳ ବାହାରିଛି । ଏହି ସବୁ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା ଓ ରାଜ୍ୟ ଖଣି ଓ ଭୂତତ୍ତ୍ବ ନିର୍ଦ୍ଦେଶାଳୟର ସହଭାଗିତାରେ ଜି-୨ ସ୍ତରରେ ଅନୁସନ୍ଧାନ କାର୍ଯ୍ୟ ଚାଲୁ ରହିଛି ।