ଭୁବନେଶ୍ୱର : ରାଜ୍ୟରେ ଶୀତ ବଢ଼ିବାରେ ଲାଗିଛି । ଶନିବାରଠାରୁ ୨ରୁ ୪ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ ତାପମାତ୍ରା ଖସିପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗୁରୁବାର ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା କିଛି ଅଂଶରେ ବଢ଼ିଥିବାବେଳେ କେନ୍ଦୁଝର ଓ କନ୍ଧମାଳ ଆଦି ଜିଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଥିଲା।ଶୁକ୍ରବାର କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ ଏବଂ ମାଲକାନଗିରି ଜିଲାଗୁଡ଼ିକରେ କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।