ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଏହା ପ୍ରଭାବରୁ କଟକ ଭୁବନେଶ୍ୱର ସମେତ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ଦିନରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ହେଉଛି । ୧୧ ଜିଲ୍ଲାରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ତେବେ ବର୍ଷା ବନ୍ଦ ହୋଇଗଲେ ମଧ୍ୟ ଖୋର୍ଦ୍ଧା, କଟକ, ଢେଙ୍କାନାଳ, ପୁରୀ, ଯାଜପୁରରେ କୋହଲା ପାଗ ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛନ୍ତି । ତେବେ ଏହି ବର୍ଷାଯୋଗୁ ଶୀତର ପ୍ରଭାବ ପଡିପାରେ । ମଙ୍ଗଳବାରଠାରୁ ରାଜ୍ୟରେ ପାରଦ ୩ରୁ ୫ ଡିଗ୍ରୀ ପାରଦ ଖସିପାରେ ବୋଲି ଆକଳନ କରାଯାଇଛି । ୩ଦିନ ଯାଏ ରାତି ତାପମାତ୍ରା ଏଭଳି ରହିବ । କୋରାପୁଟ ଓ ସୁନ୍ଦରଗଡ଼ରେ ରାତି ତାପମାତ୍ରା ୧୩ ଡିଗ୍ରୀକୁ ଖସିବ । ଫୁଲବାଣୀରେ ୧୪ଡିଗ୍ରୀ ରହିପାରେ । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି ।